Breaking
News
Breaking
News
28-May-2025
ଓଡ଼ିଶା ସରକାରଙ୍କ ସେବା ପ୍ରସାର କାର୍ଯ୍ୟକ୍ରମ ଜୁନ ୧୨ରୁ ୨୦ ମଧ୍ୟରେ ପ୍ରତ୍ୟେକ ଜିଲ୍ଲାରେ ଅନୁଷ୍ଠିତ ହେବ,
ଓଡିଶା ଜନମତ,ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ
ଆଜି ଅପରାହ୍ନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଙ୍କ ଅଧ୍ୟକ୍ଷତାରେ ଖୋର୍ଦ୍ଧା ଜିଲ୍ଲା ପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା ଏବଂ ସମସ୍ତ ଜିଲ୍ଲାପାଳ ମାନଙ୍କ ସହ ଆଭାଷିରେ ରାଜ୍ୟ ସରକାରଙ୍କ ସେବା ପ୍ରସାର କାର୍ଯ୍ୟକ୍ରମ ଜୁନ ମାସ ୧୨ରୁ ୨୦ତାରିଖ ମଧ୍ୟରେ ପାଳନ କରାଯିବା ନିମନ୍ତେ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଅଛି l ଖୋର୍ଦ୍ଧା ଜିଲ୍ଲା ପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ଵାନ ସମ୍ମିଳନୀ କକ୍ଷରେ ଉକ୍ତ ବୈଠକରେ ଯୋଗଦେଇଥିଲେ l ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଡେପୁଟି କଲେକ୍ଟର ପ୍ରଧାନ ଟୁଲିଆମା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଯୋଗଦେଇଥିଲେ l ରାଜ୍ୟ ସ୍ତରରେ ମୁଖ୍ୟ ଶାସନ ସଚିବଙ୍କ ସହ କୋର୍ କମିଟି ର ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ରହି ବିଭିନ୍ନ ପ୍ରସଙ୍ଗ ଓ କାର୍ଯ୍ୟକ୍ରମକୁ ସଫଳ କରିବା ଦିଗରେ ମୁଖ୍ୟ ଶାସନ ସଚିବ ଙ୍କ ନିର୍ଦ୍ଦେଶରେ କାର୍ଯ୍ୟକ୍ରମ ରୂପରେଖ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ l ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଲୋକ କଲ୍ୟାଣ ଯୋଜନାର ସୁଫଳ, ପ୍ରତିଫଳନ କୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରି ବିକଶିତ ଓଡ଼ିଶା ଗଠନ ଓ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟବୋଲି ସୂଚନା ମିଳିଛି। l
BACK TO TOP