Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗି ବାଡ଼ିର ଡୁଲୁରୀ ପାଇନ ବଣରେ ଦୁଇ ପର୍ଯ୍ୟଟକ ଙ୍କ ଙ୍କ ମଧ୍ୟରେ ଗୋଷ୍ଟି ସଂଘର୍ଷ |

29-Dec-2025

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ଦୁଇ ପର୍ଯ୍ୟଟକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ଓଡିଶା ଜନମତ,ବାଲିଗୁଡା, ତା, ୨୯/୧୨:(

ସଞ୍ଜୟ କୁମାର ପାଣିଗ୍ରାହୀ;

 ବର୍ଷର ଶେଷ ରବିବାର ରହିଥିବାରୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨ ଗୋଷ୍ଠି ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ହୋଇଥିଲା । ପରେ ପରିସ୍ଥିତି ଏମିତି ଘଟିଥିଲା ଯେ ଉଭୟ ଗୋଷ୍ଠି ମଧ୍ୟରେ ପିଟା ପିଟି ହୋଇଥିଲା । ରୋଷେଇରେ ବ୍ୟବହାର ଚଟୁ, ବେଲା ସହ ବିଭିନ୍ନ ସାମଗ୍ରିରେ ମାଡ଼ ହୋଇଥିଲା । ଏହି ସମୟରେ ଡ଼ୁଲୁରୀ ଅଞ୍ଚଳରେ ଅନ୍ୟ ପର୍ଯ୍ୟଟକମାନେ ମଧ୍ୟ ରୋଷେଇ କରୁଥିବା ବେଳେ ବହୁ ହଇରାଣ ହରକତ ହୋଇଥିବା ଦେଖିବାକୁ ମିଳିଥିଲା । ସପରିବାର ନେଇ ଆସିଥିବା ପର୍ଯ୍ୟଟକ ବଣ ଭୋଜି କରୁଥିବା ବେଳେ ଭୋଜି ରାନ୍ଧି ମଧ୍ୟ ଖାଇପାରିନଥିଲେ । ଭୟ ଓ ଆତଙ୍କ ଭିତରେ ପର୍ଯ୍ୟଟକ ଡ଼ୁଲୁରୀ ସ୍ଥାନ ଛାଡି ଚାଲିଯାଇଥିଲେ । ପରିସ୍ଥିତି ଏମିତି ହେଲା ଯେ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଗଣ୍ଡଗୋଳକୁ ବନ୍ଦ କରିବାକୁ ଯାଇଥିବା କିଛି ଯୁବକ ଓ ପର୍ଯ୍ୟଟକ ଆହତ ହୋଇଥିଲେ । ଡ଼ୁଲୁରୀ ପର୍ଯ୍ୟଟନ କ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ ତୁରନ୍ତ ପ୍ଳିହେରୀ ସରପଞ୍ଚ ପାଉଲ ପ୍ରଧାନଙ୍କୁ ଫୋନରେ ଜଣାଇବା ପରେ ସରପଞ୍ଚ ତୁରନ୍ତ ଦାରିଙ୍ଗବାଡି ଥାନାକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ୨ ଗୋଷ୍ଠୀଙ୍କୁ ଝଗଡାକୁ ବନ୍ଦ କରିବାକୁ ଉଦ୍ୟମ କରୁଥିଲେ ହେଁ ପ୍ରବଳ ଗଣ୍ଡଗୋଳକୁ ଦେଖି ପୋଲିସ ମୃଦୁ ଲାଠି ଚାଳନା କରିଥିଲା । ୨ ଗୋଷ୍ଠିର କିଛି ଯୁବକଙ୍କୁ  ନେଇ ଥାନାରେ ରଖି ଅଧିକ ତଦନ୍ତ କରୁଥିବା ଓ ଅତ୍ୟଧିକ ନିଶାସକ୍ତ ଯୋଗୁଁ ଏଭକି ଘଟଣା ଘଟିଥିବା ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀ କହିଛନ୍ତି । 
ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ସୋମବାର ସକାଳେ ଉକ୍ତ ଡୁଲୁରୀ ପାଇନ୍‌ ବଣ ଖାଁ ଖାଁ ହୋଇପଡ଼ିଛି। ପର୍ଯ୍ୟଟକ ମାନେ ଭୟଭୀତ ହୋଇ କାଁ ଭାଁ ଆସିଛନ୍ତି। ପ୍ରକାଶ ଯେ, ଉକ୍ତ ପର୍ଯ୍ୟଟନ କ୍ଷେତ୍ରକୁ ବଣଭୋଜି ସହ ବୁଲାବୁଲି ପାଇଁ ପର୍ଯ୍ୟଟକ ଅଧିକ ପସନ୍ଦ କରନ୍ତି। ଭୋର ସମୟରେ ହିଁ ପର୍ଯ୍ୟଟକ ରାଜ୍ୟ ଓ ରାଜ୍ୟ ବାହାରୁ ବସ୍‌ ସମେତ ବିଭିନ୍ନ କାର, ଜିପ୍‌ରେ ସେଠାରେ ପହଞ୍ଚି ଯାଉଥିବା ବେଳେ କିନ୍ତୁ ସୋମବାର ଏହା କମିଛି। ଏବେ ଶୀତ ଛୁଟି ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରହିଥିବାରୁ ସ୍କୁଲ, କଲେଜ ସବୁ ଛୁଟି ରହିଛି ଛୁଟିର ମଜା ନେବାକୁ ପର୍ଯ୍ୟଟକ ଆସନ୍ତା ୫ ପର୍ଯ୍ୟନ୍ତ ସବୁ ହୋଟେଲ ଲଡଜ ବୁକିଂ କରୁଥିବା ବେଳେ ଦିନରେ ଆସି ଫେରି ଯାଉଥିବା ପର୍ଯ୍ୟଟକମାନେ ମଧ୍ୟ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ୍‌ ବଣରେ ଭୋଜିଭାତ କରୁଥିବା ନଜିର ରହିଥିଲେ ସୁଦ୍ଧା ରବିବାର ଘଟଣା ପରେ ସୋମବାର ଏହି ସଂଖ୍ୟା କମିବା ଚିନ୍ତା ଜନକ ବୋଲି ଚର୍ଚ୍ଚା ଜୋର ଧରିଛି। ତେବେ ସନ୍ଧ୍ୟା ସୁଦ୍ଧା ପର୍ଯ୍ୟଟକ ମାନେ କମ୍‌ ଆସିଥିବା ବିଷୟ ଡୁଲୁରୀ ପର୍ଯ୍ୟଟନ କ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ କହିଛନ୍ତି।

News Comment

You Might Also Like

BACK TO TOP