Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗତ ଶ୍ରମିକ ଦିବସରେ ଓୟୁଜେ ସାମ୍ବାଦିକ ମାନଙ୍କ ତରଫରୁ ବିଭିନ୍ନ ଦାବିନେଇମୁଖ୍ୟମନ୍ତ୍ରୀ ଙ୍କୁ ସ୍ମାରକ ପତ୍ର ପ୍ରଦାନ |

02-May-2026

୩ଦଫା ଦାବୀ ନେଇ ଶ୍ରମିକ ଦିବସରେ ଗଞ୍ଜାମ ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ଧାରଣା ଏବଂ ମୁଖ୍ୟମନ୍ତ୍ରୀଙ୍କୁ   ସ୍ମାରକପତ୍ର ପ୍ରଦାନ। 

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,
  ତା ୨-୫-୨୦୨୬ :- 

ଓଡ଼ିଶା ସାମ୍ବାଦିକ ୟୁନିୟନ ଡାକରାରେ ଗଞ୍ଜାମ ଜିଲ୍ଲା ସାମ୍ବାଦିକ ୟୁନିୟନ ୩ଦଫା ଦାବୀପୂରଣ ନେଇ ୧ ତାରିଖ ଶୁକ୍ରବାର ଦିନ ବିଶ୍ୱ ଶ୍ରମିକ ଦିବସ ଅବସରରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା । ସଭାପତି ସଦାଶିବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଧାରଣାରେ ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ମିଶ୍ର, ଉପଦେଷ୍ଟା ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ଓ ହରିହର ପାତ୍ର, ସମ୍ପାଦକ ମେଘନାଦ ଦାସ ଓ ସନ୍ତୋଷ କୁମାର ପଣ୍ଡା, ଛତ୍ରପୁର ପ୍ରେସକ୍ଲବ ଅଜିତ ନାୟକ ଓ  ରାଜଗୋପାଳ ପାଢ଼ୀଙ୍କ ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବହୁ ସାମ୍ବାଦିକମାନେ ସ୍ୱତଃସ୍ଫୁର୍ତ୍ତ ଭାବେ ଆସି ଯୋଗଦେଇଥିଲେ । ଏହି ଅବସରରେ ସାମ୍ବାଦିକମାନଙ୍କୁ ପେନସନ, ସୁରକ୍ଷା ଓ ଅଧିସ୍ୱୀକୃତି ପ୍ରଦାନ ନେଇ ଆନ୍ଦୋଳନ କରାଯାଇଥିଲା । ଶେଷରେ ଏହି ମୁଖ୍ୟ ତିନି ଦାବୀ ସମେତ ସ୍ୱାସ୍ଥ୍ୟବୀମା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ଏହି ବୀମା ସହାୟତା ମଧ୍ୟରେ ବାପା ଓ ମା`ଙ୍କୁ ସାମିଲ କରିବା ଏବଂ ପୂର୍ବ ଘୋଷିତ ସମସ୍ତ ସୁବିଧା ସୁଯୋଗକୁ ଅଧିକୃତ ଭାବେ ଲାଗୁ କରିବା ପାଇଁ ଓୟୁଜେ ପକ୍ଷରୁ  ଏକ ତିନି  ପୃଷ୍ଠା ବିଶିଷ୍ଟ  ସ୍ମାରକପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସଚ୍ଚିଦାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି । ଏଠାରେ ଜଣାଇ ଦିଆଯାଇପାରେ ଯେ ଓୟୁଯେର ରାଜ୍ୟସାରା ସମସ୍ତ ଜିଲ୍ଳା ଗୁଡିକରେ ଧାରଣା ଓ ଆନ୍ଦୋଳନ କରାଯାଇ ଉପରୋକ୍ତ ସମସ୍ତ ଦାବି ଗୁଡିକୁ ପୂରଣ କରିବା ସକାଶେ ଜିଲ୍ଲାପାଳମାନଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ସ୍ମାରକପତ୍ର ଦିଆଯାଇଛି। ଯଦି ଉକ୍ତ ଦାବିଗୁଡ଼ିକ ତୁରନ୍ତ ପୂରଣ ନ କରାଯାଏ ତେବେ ଆଗାମୀ ଦିନରେ ସଂଘ ତରଫରୁ ସମଗ୍ର ରାଜ୍ୟରେ ରାଜରାସ୍ତାକୁ ଓହ୍ଲାଇ ତ୍ରିବ ଆନ୍ଦୋଳନ କରାଯିବ ବୋଲି ସରକାରଙ୍କୁ ଚେତାଇ ଦିଆଯାଇଛି।

News Comment

You Might Also Like

BACK TO TOP