Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ଚିର ନିଦ୍ରାରେ ଆକ୍ଷି ବୁଜିଲେ ସିଷ୍ଟର ନାନ୍ସୀ ହେନେରୀ |

26-May-2026

ଚିର ନିଦ୍ରାରେ ଆଖି ବୁଜିଲେ ସିଷ୍ଟର ନାନ୍ସି ହେନେରି,

ଓଡ଼ିଶା ଜନମତ ରାୟଗଡା ୨୬/୦୫,

କାମେଶ୍ୱର କରକରିଆ:---------

 ରାୟଗଡ଼ା ଜିଲ୍ଲା ବିଷମକଟକ ଅଞ୍ଚଳର ଜଣେ ପରିଚିତ ସମାଜସେବୀ ଓ ଶିକ୍ଷାବିତ୍ ସିଷ୍ଟର ନାନ୍ସି ହେନେରିଙ୍କ ପରଲୋକ ଘଟିଛି। ସୋମବାର ସକାଳ ପ୍ରାୟ ୮ଟା ୩୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିବା ବେଳେ ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସମଗ୍ର ବିଷମକଟକ ଓ ମୁନିଗୁଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସିଷ୍ଟର ନାନ୍ସି ହେନେରି ଡାକ୍ତର ଭି.କେ. ହେନେରିଙ୍କ ପତ୍ନୀ ଭାବେ ସୁପରିଚିତ ଥିଲେ। ଉଭୟ ସ୍ୱାମୀ-ସ୍ତ୍ରୀ ମିଶି ରାୟଗଡ଼ା ଜିଲ୍ଲାର ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲର ପ୍ରତିଷ୍ଠାତା ଭାବେ ଅଞ୍ଚଳରେ ସେବାର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଥିଲେ। ସେ ଜଣେ କର୍ତ୍ତବ୍ୟନିଷ୍ଠ କର୍ମଚାରୀ, ଦକ୍ଷ ପ୍ରଶାସିକା ଏବଂ ଧର୍ମପରାୟଣ ମହିଳା ଭାବେ ପରିଚିତ ଥିଲେ। “ମାନବ ସେବା ହିଁ ଈଶ୍ୱରଙ୍କ ସେବା” — ଏହି ଆଦର୍ଶକୁ ସେ ନିଜ କର୍ମ ମାଧ୍ୟମରେ ସାର୍ଥକ କରିଥିଲେ।ସିଏଚ୍‌ବି ନର୍ସିଂ ତାଲିମ କେନ୍ଦ୍ର ପ୍ରତିଷ୍ଠାରେ ସିଷ୍ଟର ନାନ୍ସିଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା। ସେ ହସ୍ପିଟାଲର ନର୍ସିଂ ସୁପରିଟେଣ୍ଡେଣ୍ଟ, ସ୍କୁଲ ଅଫ୍ ନର୍ସିଂର ପ୍ରିନ୍ସିପାଲ ଏବଂ ଏନ୍‌ଏଲ୍‌ଇଏମ୍ ସ୍କୁଲର ଭାଇସ୍ ଚେୟାରମ୍ୟାନ ଭାବେ କାର୍ଯ୍ୟ କରି ନିଜ ଦକ୍ଷତାର ପରିଚୟ ଦେଇଥିଲେ। ତାଙ୍କ ତତ୍ତ୍ୱାବଧାନରେ ପ୍ରତିଷ୍ଠିତ ଏନ୍‌ଏଲ୍‌ଇଏମ୍ ସ୍କୁଲ ଦ୍ୱାରା ବିଷମକଟକ ଓ ମୁନିଗୁଡା ଅଞ୍ଚଳର ଅନେକ ଛାତ୍ରଛାତ୍ରୀ ଉପକୃତ ହୋଇପାରିଛନ୍ତି। ସିଏଚ୍‌ବିରେ ଦୀର୍ଘବର୍ଷ କାର୍ଯ୍ୟରତ ରହିବା ପରେ ସେ ଅବସର ଗ୍ରହଣ କରି ଚିତ୍ତୂରରେ ନିତ୍ର ଡାକ୍ତର ଅନିଳ ହେନେରିଙ୍କ ସହ ବସବାସ କରୁଥିଲେ। ତାଙ୍କ ଦେହାନ୍ତ ଖବର ପ୍ରଚାର ପାଇବା ପରେ ବିଭିନ୍ନ ମହଳରୁ ଶୋକ ପ୍ରକାଶ କରାଯାଇଛି।
ଆସନ୍ତା ୨୬/୦୫/୨୦୨୬ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ବିଷମକଟକ ଜେଏଲ୍‌ସି କବରସ୍ଥାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି।
 
News Comment

You Might Also Like

BACK TO TOP