Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ମୌସୁମୀ ର ଆରମ୍ଭ ରେ ରାଜ୍ୟରେ ଗରମରୁ କିଛି ଜିଲ୍ଲାକୁ ମିଳିବ ଆଶ୍ବସ୍ତି,

17-Jun-2026

ରାଜ୍ୟ ରେ ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ,

(ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ପବନ, ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ |

     ଓଡିଶା ଜନ ମତ ବ୍ୟୁରୋ,

କିଛି ଦିନ ହେଲା ପାରଦ ଉପର ମୁହାଁ ହୋଈ ରହିବା ଯୋଗୁଁ ତାର ପ୍ରଭାବରେ ସାରା ଓଡିଶା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗରମ, ଗୁଳୁଗୁଳି ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଈ ଗଲାଣି ||ସକାଳ ଛ ଘଣ୍ଟ ଠାରୁ ଗରମ ଅନୁଭତ ହୋଈ ସନ୍ଧ୍ୟ ଛ ଘଣ୍ଡ ପର୍ଯ୍ୟନ୍ତ ଲୋକଙ୍କୁ କଲବଲ କରୁଛି | ତେବେ ପାଣିପାଗ ବିଶେଷଙ୍ଗ ଙ୍କ କହିବା ନୁସାରେ କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଧୀରେ ଧୀରେ ଏହା ଦେଶର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେଉଛି। ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର ସମେତ ଏକାଧିକ ସ୍ଥାନର ହିଟ୍‌ ଇଣ୍ଡେକ୍ସ ଅଧିକ ରହୁଥିବାରୁ ରେକର୍ଡ ତାପମାତ୍ରାଠାରୁ ଅଧିକ ତାତି ଅନୁଭବ ହେଉଛି। ତେବେ ଏଭଳି ସ୍ଥିତି ଆଉ ଗୋଟିଏ ଦିନ ଲାଗି ରହିବ ଓ ଏହା ପରେ ପାଗ ବଦଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ହେଲେ ୧୫ ତାରିଖ ପର୍ଯ୍ୟନ୍ତକାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଥିବାବେଳେ ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ଅଧିକାଂଶ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହବାଲେଶ୍ୱର,ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା,ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।ପାଣି ପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ୧୦ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଝାରସୁଗୁଡ଼ାରେ ସର୍ବାଧିକ ୪୨.୫ ଡିଗ୍ରୀ ରେକର୍ଡ ହୋଇଥିଲା। ଏହା ତଳକୁ ତାଳଚେରରେ ୪୧.୫ ଡିଗ୍ରୀ, ହୀରାକୁଦ ୪୧, ବଲାଙ୍ଗୀର ଓ ସମ୍ବଲପୁର ୪୦.୮, ଅନୁଗୋଳ ୪୦.୭, ବରଗଡ଼ ୪୦.୪, ଢେଙ୍କାନାଳ ୪୦.୩, ନୟାଗଡ଼ ଓ ବୌଦ୍ଧ ୪୦ ଏବଂ ଭୁବନେଶ୍ୱର ଓ କଟକ ରେ ତାପମାତ୍ରା ୩୯.୨ ଡିଗ୍ରୀ ଛୁଇଁଥିଲା।ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ ଦିନ ମଧ୍ୟରେ କେନ୍ଦ୍ରୀୟ ଆରବ ସାଗର ଓ ମହାରାଷ୍ଟ୍ରର ଆଉକିଛି ଅଞ୍ଚଳ, କର୍ନାଟକ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ପଶ୍ଚିମ-କେନ୍ଦ୍ରୀୟ ଓଉତ୍ତର ପଶ୍ଚିମ ବଙ୍ଗୋପସାଗରର ବାକି ରହିଥିବା ଅଞ୍ଚଳ, ପଶ୍ଚିମବଙ୍ଗ ଓ ବିହାରର ଆଉ କିଛି ଅଞ୍ଚଳ ଏବଂ ଛତିଶଗଡ଼, ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

News Comment

You Might Also Like

BACK TO TOP