Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବାଲିଗୁଡା ର ଜଗନ୍ନାଥ ମନ୍ଦିର ରେ ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି |

29-Jun-2026

ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତ ଙ୍କ ସମାଗମ

ଓଡିଶା ଜନମତ,ବାଲିଗୁଡା, ୨୯ା୬,

ସଞ୍ଜୟ କୁମାର ପାଣିଗ୍ରାହୀ : -----

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଭକ୍ତଙ୍କ ଚଳ ଚଞ୍ଚଳ ସହ ପ୍ରବଳ ସମାଗମ ଦେଖିବାକୁ ମିଳିଥିଲା। ମନ୍ଦିର ପରିସରସ୍ଥ ସ୍ନାନ ମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧାଡି ପହଣ୍ଡିରେ ବିଜେ କରାଯାଇଥିଲା। ସକାଳୁ ପାରମ୍ପରିକ ପୂଜାର୍ଚ୍ଚନା କରାଯାଇଥିବା ବେଳେ ପ୍ରଥମେ ସୁଦର୍ଶନ, ପରେ ସୁଭଦ୍ରା, ବଳଭଦ୍ର ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଶହ ଶହ ଭକ୍ତଙ୍କ ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନୀ ମଧ୍ୟରେ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ ଅଣାଯାଇଥିଲା। ଦିବ୍ୟ ସ୍ନାନ ନୀତି ଭକ୍ତିମୟ ପରିବଶରେ ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କରାଯାଇଥିଲା l ଏହି ଦୁର୍ଲଭ ଦୃଶ୍ୟର ସାକ୍ଷୀ ହେବା ପାଇଁ ସମଗ୍ର ମନ୍ଦିର ପରିସରରେ ଶହ ଶହ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । କାହା ହାତରେ ତୁଳସୀ, କାହା ମୁହଁରେ ଜୟ ଜଗନ୍ନାଥ ର ଧ୍ୱନି ତ` ଆଉ କାହା ଆଖିରେ ଭକ୍ତିର ଅଶ୍ରୁ ଦୃଶ୍ୟ ଦେଖିବାକୁ ମିଳିଥିଲା । ବହୁ ଦିନର ଅପେକ୍ଷା ପରେ ଆଜି ମହାପ୍ରଭୁଙ୍କ ଏହି ମହାମାନବୀୟ ଲୀଳାକୁ ଦେଖି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଥିଲେ । ଘଣ୍ଟ, ଘଣ୍ଟା, ଶଙ୍ଖ ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ମନ୍ଦିର ପରିସର। ଭକ୍ତ ଓ ଭଗବାନଙ୍କ ଏହି ଅପୂର୍ବ ମିଳନରେ ଭାବବିହ୍ୱଳ ହୋଇଉଠିଛି ସମଗ୍ର ବାଲିଗୁଡା ଅଞ୍ଚଳ । ଅପରାହ୍ନରେ ଠାକୁରଙ୍କ ଗଜାନନ ବେଶ, ଭୋଗ ଲାଗି, ସନ୍ଧ୍ୟା ଆଳତି ଓ ରାତ୍ରିରେ ମହାଆଳତି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ଉତ୍ସବ ରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ,ଏସ ଡି ପି ଓ ଶୁଭମ ଭୋସଲେ, ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଟ୍ରଷ୍ଟ ର ମଧୁସୂଦନ ଦାସ,ଟି.ଶ୍ରୀନିବାସ ରାଓ,ପ୍ରକାଶ ଚନ୍ଦ୍ର ନାୟକ,ନବ କୁମାର ପାଣିଗ୍ରାହୀ,ଭଗବାନ ପଣ୍ଡା, ରଞ୍ଜିତ କୁମାର ମହାନ୍ତି, ସତ୍ୟ ନାରାୟଣ ପାଢ଼ୀ ଙ୍କ ସମେତ ଶତାଧିକ ଭକ୍ତ ସାମିଲ ହୋଇ ପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ । ଉତ୍ସବକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମାଜ, ପୂଜକ ମଣ୍ଡଳୀ ଓ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରି ପରିଚାଳନା ରେ ସହଯୋଗ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ପରିସରରେ ଓ ସମଗ୍ର ଟାଉନ ରେ ପୋଲିସ ମୁତୟନ କରାଯାଇ ପାଟ୍ରୋଲିଂ ବ୍ୟବସ୍ଥା କୁ କଡାକଡି କରାଯାଇଥିଲା ।

News Comment

You Might Also Like

BACK TO TOP