Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

କନ୍ଧ ମାଳ ରେ ଚିଠା ଭୋଟର ତାଲିକା ପ୍ରକାଶ |

05-Jul-2026

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ, 

ଓଡିଶା ଜନମତ,କନ୍ଧମାଳ, ତା, ୦୫/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ: ----

ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ (SIR), ୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା (Draft Electoral Roll) ପ୍ରକାଶ ଉପଲକ୍ଷେ ରବିବାର ଦିନ ଫୁଲବାଣୀ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ବେଦଭୂଷଣଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚିଠା ଭୋଟର ତାଲିକା ପ୍ରକାଶ, ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମର ଅଗ୍ରଗତି ଏବଂ ଜନସଚେତନତା ସୃଷ୍ଟି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଜିଲ୍ଲାପାଳ ଶ୍ରୀ ବେଦଭୂଷଣ କହିଥିଲେ ଯେ,  ଭୋଟର ତାଲିକାକୁ ସମ୍ପୂର୍ଣ୍ଣ ନିର୍ଭୁଲ ଓ ତ୍ରୁଟିମୁକ୍ତ କରିବା ଭାରତୀୟ ନିର୍ବାଚନ କମିଶନଙ୍କ ପ୍ରାଥମିକତା। ଏଥିପାଇଁ ରାଜନୈତିକ ଦଳ, ଜନପ୍ରତିନିଧି, ବୁଥ୍ ସ୍ତରୀୟ ଅଧିକାରୀ ଏବଂ ଗଣମାଧ୍ୟମର ସକ୍ରିୟ ସହଯୋଗ ଅପରିହାର୍ଯ୍ୟ। ସେ ଉପସ୍ଥିତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଚିଠା ଭୋଟର ତାଲିକାକୁ ଭଲଭାବେ ଯାଞ୍ଚ କରି ଯୋଗ୍ୟ ଭୋଟରଙ୍କ ନାମ ସଂଯୋଜନ, ଅଯୋଗ୍ୟ ଭୋଟରଙ୍କ ନାମ ବିଲୋପ ଓ ତ୍ରୁଟି ସଂଶୋଧନ ପାଇଁ ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ଓ ଆପତ୍ତି ଦାଖଲ କରିବା ସହ କାର୍ଯ୍ୟକ୍ରମର ବ୍ୟାପକ ପ୍ରଚାର ପ୍ରସାରରେ ସହଯୋଗ କରିବାକୁ ଆହ୍ୱାନ ଜଣାଇଥିଲେ। ବୈଠକରେ ସୂଚନା ଦିଆଯାଇଥିଲା ଯେ କନ୍ଧମାଳ ଜିଲ୍ଲାର ମୋଟ ୫,୭୦,୮୯୮ ଜଣ ଭୋଟରଙ୍କ ମଧ୍ୟରୁ ୫,୩୧,୮୪୨ ଜଣ ଏନୁମେରେସନ ଫର୍ମ ଦାଖଲ କରିଥିବାବେଳେ ୩୯,୦୫୬ଟି ଫର୍ମ ମୃତ, ସ୍ଥାନାନ୍ତରିତ, ଡୁପ୍ଲିକେଟ୍ କିମ୍ବା ଅନୁପସ୍ଥିତ ଭୋଟରଙ୍କ କାରଣରୁ ସଂଗ୍ରହ ହୋଇପାରିନାହିଁ। ଭାରତୀୟ ନିର୍ବାଚନ କମିଶନଙ୍କ ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ ବର୍ତ୍ତମାନ ପ୍ରତ୍ୟେକ ଭୋଟଗ୍ରହଣ କେନ୍ଦ୍ରରେ ସର୍ବାଧିକ ୧,୨୦୦ ଜଣ ଭୋଟର ରହିବେ। ପୂର୍ବରୁ ଗୋଟିଏ ବୁଥ୍‌ରେ ପ୍ରାୟ ୧,୫୦୦ ଜଣ ଭୋଟର ରହୁଥିବା ବ୍ୟବସ୍ଥାକୁ ପରିବର୍ତ୍ତନ କରାଯାଇଥିବାରୁ ଜିଲ୍ଲାରେ ୧୫୧ଟି ନୂତନ ଭୋଟଗ୍ରହଣ କେନ୍ଦ୍ର ସୃଷ୍ଟି କରାଯାଇଛି। ଏହାଫଳରେ ଜିଲ୍ଲାର ମୋଟ ବୁଥ୍ ସଂଖ୍ୟା ୬୬୧ରୁ ବୃଦ୍ଧି ପାଇ ୮୧୨ରେ ପହଞ୍ଚିଛି। ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ- ୨୦୨୬ ର କାର୍ଯ୍ୟସୂଚୀ ସମ୍ପର୍କରେ ମଧ୍ୟ ବୈଠକରେ ସୂଚନା ଦିଆଯାଇଥିଲା। ୦୫ ଜୁଲାଇ ୨୦୨୬ ରେ ଚିଠା ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ୦୫ ଜୁଲାଇ ୨୦୨୬ରୁ ୦୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଗ୍ରହଣ କରାଯିବ। ୦୫ ଜୁଲାଇ ୨୦୨୬ରୁ ୦୨ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତିର ଶୁଣାଣି ଏବଂ ସମାଧାନ କରାଯିବ। ଏହାପରେ ୦୬ ସେପ୍ଟେମ୍ବର ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ବୈଠକରେ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳ, ଫୁଲବାଣୀ ଭିକାରୀ ସାହୁ, ଉପ-ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ କୁମୁଦିନୀ ମଲ୍ଲିକ, ଡେପୁଟି କଲେକ୍ଟର ଅଙ୍କିତ ଜେନା, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅତିନିଆଲ ନାଇକା, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି ଏବଂ ନିର୍ବାଚନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସମସ୍ତ ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀ ପାଳନ କରି ସ୍ୱଚ୍ଛ, ନିର୍ଭୁଲ ଓ ଅନ୍ତର୍ଭୁକ୍ତିମୂଳକ ଭୋଟର ତାଲିକା ପ୍ରସ୍ତୁତିରେ ସହଯୋଗ କରିବାକୁ ଆହ୍ୱାନ କରାଯାଇଥିଲା।

News Comment

You Might Also Like

BACK TO TOP