Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |

16-Aug-2026

ପଦ୍ମପୁରରେ ଉପଖଣ୍ଡ ସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳିତ

୪୫ଟି ପ୍ଲାଟୁନ୍‌ର ମାର୍ଚ୍ଚପାଷ୍ଟ, ୧୨୦ରୁ ଊର୍ଦ୍ଧ୍ବ କୃତୀ ଛାତ୍ରଛାତ୍ରୀ ଓ ଅନୁଷ୍ଠାନ ସମ୍ବର୍ଦ୍ଧିତ  

ଓଡିଶା ଜନ ମତ, ବରଗଡ଼ - ମନୋହର ଦାଶ:----

ପଦ୍ମପୁର ଉପଖଣ୍ଡ ପ୍ରଶାସନ ତରଫରୁ ସ୍ଥାନୀୟ ରାଜବୋଡ଼ାସମ୍ବର (ଆର.ବି.) ହାଇସ୍କୁଲ ଖେଳ ପଡ଼ିଆଠାରେ ୮୦ତମ ସ୍ବାଧୀନତା ଦିବସ ଉତ୍ସବ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି ଆନୁଷ୍ଠାନିକ ସମାରୋହରେ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ସରୋଜିନୀ ପ୍ରସନ୍ କୁଲୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ପଦ୍ମପୁର ଉପଜିଲ୍ଲାପାଳ ହେମସାଗର ଭୋଇ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।  

ସକାଳ ୯ଘ ରେ ରାଷ୍ଟ୍ରଗୀତ (ବନ୍ଦେ ମାତରମ୍) ଓ ଜାତୀୟ ସଂଗୀତ ଗାନ ସହିତ ଉତ୍ସବର ଶୁଭାରମ୍ଭ ହୋଇଥିଲା। ଉକ୍ତ ଆନୁଷ୍ଠାନିକ ମାର୍ଚ୍ଚପାଷ୍ଟରେ ଆର.ବି. ହାଇସ୍କୁଲ ଓ ଅଞ୍ଚଳ କଲେଜ ପଦ୍ମପୁରର ଏନ୍.ସି.ସି. କ୍ୟାଡେଟ୍ ଏବଂ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସମୋଟ ୪୫ ଗୋଟି ପ୍ଲାଟୁନ୍ ଅଂଶଗ୍ରହଣ କରି ମନୋଜ୍ଞ ପ୍ୟାରେଡ ପ୍ରଦର୍ଶନ କରିଥିଲେ। ସଭାରେ ମୁଖ୍ୟ ଅତିଥି ଦେଶର ସ୍ବାଧୀନତା ସଂଗ୍ରାମୀମାନଙ୍କ ବଳିଦାନକୁ ସ୍ମରଣ କରିବା ସହ ଅଞ୍ଚଳର ବିକାଶ ଓ ଯୁବସମାଜର ଭୂମିକା ଉପରେ ଆଲୋକପାତ କରିଥିଲେ।  

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଓ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ୧୨୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଏବଂ ୧ ଗୋଟି ସାମାଜିକ ଅନୁଷ୍ଠାନ (ସହଯୋଗ NGO) କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ବାରା ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ସଭା ଶେଷରେ ମୁଖ୍ୟ ଅତିଥି ଓ ପ୍ରଶାସନିକ ଅଧିକାରୀବୃନ୍ଦ ଉପଖଣ୍ଡ କାରାଗାର ପରିଦର୍ଶନ କରି ଅନ୍ତେବାସୀଙ୍କୁ ବିସ୍କୁଟ ଓ ଫଳ, ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ଓ ବିସ୍କୁଟ ଏବଂ ବାଦିମାଲ କୁଷ୍ଠ କଲୋନୀଠାରେ ଅନ୍ତେବାସୀଙ୍କୁ ବସ୍ତ୍ର ଓ ବିସ୍କୁଟ ବଣ୍ଟନ କରିଥିଲେ।  

ଏହି ଦିବସବ୍ୟାପୀ ସମାରୋହରେ ଏସ.ଡି.ପି.ଓ. ପାଣ୍ଡବ ସବର, ତହସିଲଦାର ମାନସ ପଣ୍ଡା, ଏନ୍.ଏ.ସି. କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ସନତ ପାଢ଼ୀ, ଆର.ବି. ହାଇସ୍କୁଲ ଓ ଅଞ୍ଚଳ କଲେଜର ଏନ୍.ସି.ସି. ଅଧିକାରୀବୃନ୍ଦଙ୍କ ସମେତ ଉପଖଣ୍ଡର ସମସ୍ତ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଓ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP