Breaking News

ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||     

ଛାତ୍ର ମାଡ଼ ଘଟଣାର ଅନୁଧ୍ୟାନ କଲେ ଶିଶୁ ସୁରକ୍ଷା ଆୟୋଗ ଅଧକ୍ଷା ବବିତା ପାତ୍ର ||

02-Sep-2026

ଛାତ୍ର ମାଡ଼ ଘଟଣାର ଅନୁଧ୍ୟାନ କଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ସବୁ ହଷ୍ଟେଲରେ ନିଯୁକ୍ତ ହେବେ କାଉନସେଲର, ସୁଦୃଢ଼ ହେବ ଅଙ୍ଗନୱାଡ଼ି ଭିତ୍ତିଭୂମି

ଓଡିଶା ଜନମତ ରାୟଗଡ଼ା, ୨/୯ 

କାମେଶ୍ୱର କରକରିଆ :------

 କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲରେ ଘଟିଥିବା ଛାତ୍ର ମାଡ଼ ଘଟଣାର ଅନୁଧ୍ୟାନ କରିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର। ବୁଧବାର ବିଦ୍ୟାଳୟ ଓ ହଷ୍ଟେଲ ପରିଦର୍ଶନ କରି ସେ ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା କରିବା ସହ ବିଦ୍ୟାଳୟର ସୁରକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ସ୍ଥିତି ପରଖିଛନ୍ତି। ପ୍ରକାଶ ଥାଉକି, ଗତ ଅଗଷ୍ଟ ୩ ତାରିଖରେ ଉକ୍ତ ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀର ଛାତ୍ର ହଷ୍ଟେଲରେ ରହୁଥିବା ଅଷ୍ଟମ ଓ ନବମ ଶ୍ରେଣୀର ପ୍ରାୟ ୩୦ ଜଣ ଛାତ୍ରଙ୍କୁ ନଡ଼ିଆ ବାହୁଙ୍ଗାରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଘଟଣାଟି ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। ବିଦ୍ୟାଳୟ ପରିଦର୍ଶନ ପରେ ଅଧ୍ୟକ୍ଷା ବବିତା ପାତ୍ର କହିଛନ୍ତି ଯେ, ଘଟଣାରେ ସମ୍ପୃକ୍ତ ଛାତ୍ରଙ୍କ ବିରୋଧରେ ପଦକ୍ଷେପ ନିଆଯାଇ ତାଙ୍କୁ ହଷ୍ଟେଲରୁ ବାହାର କରାଯାଇଛି। ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ଯେପରି ନହୁଏ, ସେଥିପାଇଁ ବିଦ୍ୟାଳୟର ଶିକ୍ଷକ ଓ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶ ଦିଆଯାଇଛି। ହଷ୍ଟେଲରେ ଛାତ୍ରଛାତ୍ରୀଙ୍କ ଖାଦ୍ୟପେୟ ଓ ଶୋଇବା ବ୍ୟବସ୍ଥା ଠିକ୍ ଥିବା ସେ କହିଥିବା ବେଳେ ସୁରକ୍ଷା ପାଇଁ ଲଗାଯାଇଥିବା ସିସିଟିଭି କ୍ୟାମେରା ଅଚଳ ଥିବା ଜଣାପଡ଼ିଥିଲା। ତେଣୁ ତୁରନ୍ତ ନୂତନ ସିସିଟିଭି କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଛୋଟ ପିଲାଙ୍କ ମଧ୍ୟରେ ବଢ଼ୁଥିବା ଅପରାଧିକ ପ୍ରବଣତାକୁ ରୋକିବା ସହ ସେମାନଙ୍କ ମାନସିକ ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଥିବା ଅଧ୍ୟକ୍ଷା କହିଛନ୍ତି। ଏଥିପାଇଁ ରାଜ୍ୟର ପ୍ରତ୍ୟେକ ହଷ୍ଟେଲରେ ଜଣେ ଲେଖାଏଁ କାଉନସେଲର ନିଯୁକ୍ତ କରାଯିବାକୁ ଯୋଜନା ରହିଛି। କାଉନସେଲରମାନେ ପିଲାଙ୍କ ମାନସିକ ସ୍ଥିତି ବୁଝିବା ସହ ସେମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢ଼ି ତୋଳିବାରେ ସହାୟତା କରିବେ। ଏଥିସହ ହଷ୍ଟେଲଗୁଡ଼ିକରେ ମ୍ୟାଲେରିଆ ନିରାକରଣ ପାଇଁ ପରିଷ୍କାର ପରିଚ୍ଛନ୍ନତା, ଉନ୍ନତମାନର ମଶାରି, ପ୍ରାଥମିକ ଚିକିତ୍ସା ଓ ଆବଶ୍ୟକ ଔଷଧ ଯୋଗାଣ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ଅଙ୍ଗନୱାଡ଼ି କେନ୍ଦ୍ରର ଭିତ୍ତିଭୂମି ହେବ ସୁଦୃଢ଼ ରାଜ୍ୟରେ ଶିଶୁମାନଙ୍କ ସର୍ବାଙ୍ଗୀନ ବିକାଶ ସହ ‘ବିକଶିତ ଓଡ଼ିଶା’ ଲକ୍ଷ୍ୟ ନେଇ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ କରାଯାଉଥିବା ଅଧ୍ୟକ୍ଷା ପ୍ରକାଶ କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ବିଧାନସଭା ଘୋଷଣା ଅନୁଯାୟୀ, ଯେଉଁ ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ୱ କୋଠା ନାହିଁ, ସେଠାରେ ଜାଗା ଚିହ୍ନଟ କରି ନୂତନ କୋଠା ନିର୍ମାଣ ପାଇଁ ୧୧ ଲକ୍ଷ ଟଙ୍କା ଅନୁଦାନ ଦିଆଯାଉଛି। ଆବଶ୍ୟକ ସ୍ଥଳେ ଅଧିକ ୬ ଲକ୍ଷ ଟଙ୍କା ମଧ୍ୟ ଯୋଗାଇ ଦିଆଯିବ। ପ୍ରତ୍ୟେକ ଅଙ୍ଗନୱାଡ଼ି କେନ୍ଦ୍ରରେ ପାଚେରି, ସ୍ୱତନ୍ତ୍ର ଶୌଚାଳୟ, ରୋଷେଇ ଘର, ପିଇବା ପାଣି ଓ ପିଲାଙ୍କ ଖେଳିବା ପାଇଁ ସ୍ଥାନ ରହିବ। ‘ସକ୍ଷମ ଅଙ୍ଗନୱାଡ଼ି’ କେନ୍ଦ୍ରଗୁଡ଼ିକରେ ଏଲ୍‌ଇଡି ଲାଇଟ୍‌ ଲଗାଇବାର ବ୍ୟବସ୍ଥା ମଧ୍ୟ କରାଯାଉଛି। ଏହାଛଡ଼ା ‘ଅଦ୍ରିକା’ କାର୍ଯ୍ୟକ୍ରମ ମାଧ୍ୟମରେ ପିଲାମାନଙ୍କୁ ସ୍ୱଚ୍ଛତା, ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କରେ ସଚେତନ କରାଯାଉଛି। ବିଦ୍ୟାଳୟ ଓ ହଷ୍ଟେଲଗୁଡ଼ିକରେ ରହିଥିବା କର୍ମଚାରୀ ଅଭାବ ସମେତ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ, ପିଡି ଓ ପିଏ ଆଇଟିଡିଏଙ୍କ ସହ ସମୀକ୍ଷା ବୈଠକ କରାଯିବ ବୋଲି ଅଧ୍ୟକ୍ଷା କହିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହୋଇପାରୁଥିବା ସମସ୍ୟାର ସମାଧାନ କରାଯିବ। ଆବଶ୍ୟକ ପଡ଼ିଲେ ରାଜ୍ୟ ସରକାରଙ୍କୁ ମଧ୍ୟ ପ୍ରସ୍ତାବ ପଠାଯିବ ବୋଲି ସେ କହିଛନ୍ତି। ଏହି ଗସ୍ତ ସମୟରେ ଏସ୍‌ଡିସି ଅଧ୍ୟକ୍ଷା ମଞ୍ଜୁଳା ମିଣିଆକା, ବରିଷ୍ଠ ବିଜେପି ନେତା ଶିବ ଶଙ୍କର ଉଲାକା, ଅନିଲ ଜାଡ଼ି, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP