Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ନବଜାତ ଶିଶୁର ମୃତ ଦେହ ନବନିର୍ମିତ ପାଇଖାନା ଟାଙ୍କିରୁ ଉଦ୍ଧାର |

13-Sep-2026

ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ

ଓଡିଶା ଜନମତ, ବାଲିଗୁଡ଼ା, ତା. ୧୩/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ :-----

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବଡ଼ସାହି ଅଞ୍ଚଳରେ ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ ଶିଶୁଟିର ମୃତଦେହ ଏଠାକୁ କିପରି ଆସିଲା, ତାହାକୁ ନେଇ ରହସ୍ୟ ଘନୀଭୂତ ହୋଇଛି। ସୂଚନା ଅନୁଯାୟୀ, ବଡ଼ସାହିର ରାମଚନ୍ଦ୍ର ଚାନ୍ଦ ଏକ ନୂତନ ଘର ନିର୍ମାଣ କରୁଛନ୍ତି। ଗତ କିଛି ଦିନ ଧରି ଲଗାଣ ବର୍ଷା ଯୋଗୁଁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ରବିବାର ସକାଳେ ପାଗ ଶୁଖିଲା ହେବାରୁ ଘର ମାଲିକ ଶ୍ରମିକମାନଙ୍କୁ ନେଇ ନିର୍ମାଣସ୍ଥଳରେ ପହଞ୍ଚିଥିଲେ। ସେଠାରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ବର୍ଷାଜଳ ଭର୍ତ୍ତି ହୋଇଥିବା ବେଳେ ପାଣି ମଧ୍ୟରେ ଏକ ନବଜାତ ଶିଶୁର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଏହାପରେ ଘଟଣା ସମ୍ପର୍କରେ ତୁମୁଡ଼ିବନ୍ଧ ଥାନାକୁ ସୂଚନା ଦିଆଯାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ନବଜାତ ଶିଶୁର ମୃତଦେହ ନିର୍ମାଣାଧୀନ ଟାଙ୍କି ମଧ୍ୟକୁ କିପରି ଆସିଲା, ଏହା ପଛରେ କାହାର ହାତ ରହିଛି କି ନାହିଁ ଏବଂ ଘଟଣାଟି କେବେ ଘଟିଛି—ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ତଥ୍ୟ ମିଳିନାହିଁ। ପୁଲିସର ତଦନ୍ତ ପରେ ଘଟଣାର ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ଆଶା କରାଯାଉଛି। ଏଭଳି ସମ୍ବେଦନଶୀଳ ଘଟଣା ତୁମୁଡ଼ିବନ୍ଧ ଅଞ୍ଚଳରେ ପ୍ରଥମ ଥର ପାଇଁ ଘଟିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଚିନ୍ତା ପ୍ରକାଶ ପାଇଛି। ଘଟଣାର ସଠିକ୍ ତଦନ୍ତ କରି ପ୍ରକୃତ ତଥ୍ୟ ସାମ୍ନାକୁ ଆଣିବା ସହ ଦୋଷୀଙ୍କ ବିରୋଧରେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି।

News Comment

You Might Also Like

BACK TO TOP