Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ବାଘଛାଲ ବିକ୍ରି ଅଭିଯୋଗ ରେ ଜଣେ ଗିରଫ ଓ ଦୁଇ ଛାଲ ଜବତ ||

18-Sep-2026

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ:  ୨ଟି କଲରାପତରିଆ ଛାଲ ଜବତ, ଚାଲାଣ ଚେର ଖୋଜୁଛି ବନ ବିଭାଗ |

ଓଡିଶା ଜନମତ, ବାଲିଗୁଡ଼ା, ତା. ୧୮/୦୯,

ସଞ୍ଜୟ କୁମାର ପାଣିଗ୍ରାହୀ :  ----

କଲରାପତରିଆ ବାଘର ଛାଲ ବିକ୍ରି ପାଇଁ ନେଉଥିବା ବେଳେ ବନ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘର ଛାଲ ଜବତ କରାଯାଇଛି। ଏହି ଘଟଣାକୁ ନେଇ ବନ୍ୟଜନ୍ତୁ ଚମଡ଼ାର ବେଆଇନ କାରବାର ଉପରେ ପୁଣିଥରେ ପ୍ରଶ୍ନ ଉଠିଥିବା ବେଳେ, ଏହା ପଛରେ ଥିବା ଚେର ଖୋଜିବାକୁ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ବନ୍ୟଜନ୍ତୁ ସାମଗ୍ରୀ ବେଆଇନ ଭାବେ ରଖିବା ଓ ବିକ୍ରି ସମ୍ପର୍କରେ ବନ ବିଭାଗକୁ ଖବର ମିଳିଥିଲା। ଏହାପରେ ଶୁକ୍ରବାର ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ବନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀଙ୍କୁ ସନ୍ଦେହରେ ଯାଞ୍ଚ କରାଯିବା ପରେ ତାଙ୍କ ନିକଟରୁ ଦୁଇଟି କଲରାପତରିଆ ଛାଲ ମିଳିବା ପରେ ତାଙ୍କୁ ଗିରଫ କରାଯାଇଛି। ବନ ବିଭାଗର ସୂଚନା ଅନୁସାରେ, ଜବତ ଛାଲଗୁଡ଼ିକୁ ରାଜ୍ୟ ଭିତରେ ଚାଲାଣ କରି ବିକ୍ରି କରିବା ଉଦ୍ଦେଶ୍ୟରେ ଅଭିଯୁକ୍ତ ନେଇ ଯାଉଥିବା ଜଣାପଡ଼ିଛି। ତେବେ ଉତ୍ତମ ମାଝୀ ନିଜେ କଲରାପତରିଆ ବାଘକୁ ଶିକାର କରିନଥିବା ଏବଂ ଶିକାରୀଙ୍କଠାରୁ ଛାଲ ଆଣି ବିକ୍ରି ପାଇଁ ନେଉଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଥିବା ବିଷୟ ଡିଏଫ୍‌ଓ କହିଛନ୍ତି। ବାଲିଗୁଡ଼ା ACF ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ବାଲିଗୁଡ଼ା ରେଞ୍ଜ ଅଧିକାରୀଙ୍କ ସମେତ କେ.ନୂଆଗାଁ, କୋଟଗଡ଼, ତୁମୁଡ଼ିବନ୍ଧ ଓ ବ୍ରାହ୍ମଣୀଗାଁ ରେଞ୍ଜର କର୍ମଚାରୀମାନେ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ଏନେଇ ବାଲିଗୁଡ଼ା ରେଞ୍ଜରେ କେସ୍ ନଂ. ୪୩/୨୦୨୬-୨୭ ରୁଜୁ ହୋଇଛି। ବନ୍ୟଜନ୍ତୁ ସୁରକ୍ଷା ଆଇନ, ୧୯୭୨ର ଧାରା ୩୯(ବି), ୪୮(ଏ) ଓ ୪୯(ବି) ଅନୁଯାୟୀ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି। ବାଲିଗୁଡ଼ା ଡି ଏଫ ଓ  ଘନଶ୍ୟାମ ମହନ୍ତଙ୍କ ସୂଚନା ଅନୁସାରେ, ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଛାଲ କେଉଁ ଶିକାରୀଙ୍କ ଠାରୁ ଆସିଛି ଏବଂ ଏହାକୁ କେଉଁଠାକୁ ଚାଲାଣ କରାଯିବାର ଯୋଜନା ଥିଲା, ସେ ସମ୍ପର୍କରେ ଏକ ସ୍ୱତନ୍ତ୍ର ଟିମ୍ ତଦନ୍ତ କରୁଛି। ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ଆଇନାନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡି ଏଫ ଓ  କହିଛନ୍ତି।
ବନ୍ୟଜନ୍ତୁ ଶିକାର ଓ ଛାଲ ଚାଲାଣର ମୂଳ ଚେର ପର୍ଯ୍ୟନ୍ତ ତଦନ୍ତ ପହଞ୍ଚିବ କି ନାହିଁ, ଏବେ ତାହା ଉପରେ ସମସ୍ତଙ୍କ ନଜର।

News Comment

You Might Also Like

BACK TO TOP