Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପଞ୍ଚାୟତ ସମିତି ସାଧାରଣ ବୈଠକ ହିଞ୍ଜିଳି କାଟୁ ଠାରେ ଅନୁଷ୍ଠିତ ||

20-Sep-2026

ହିଞ୍ଜିଳିକାଟୁ ବ୍ଲକ୍‌ରେ ପଞ୍ଚାୟତ ସମିତି ସାଧାରଣ ବୈଠକ

ବିକଶିତ ହିଞ୍ଜିଳି ଏକ ମାତ୍ର ଲକ୍ଷ୍ୟ ।

ଚାଷୀ ସମସ୍ୟା, କୋଲ୍ଡ ଷ୍ଟୋରେଜ୍‌, କାମଧେନୁ ଓ ଗୋରୁ ଗୁହାଳ ଯୋଜନା ନେଇ ଆଲୋଚନା

ହିଞ୍ଜିଳିକାଟୁ ବ୍ଲକ୍‌ ପରିସରରେ ପଞ୍ଚାୟତ ସମିତିର ସାଧାରଣ ବୈଠକ ବ୍ଲକ୍‌ ଅଧ୍ୟକ୍ଷା ସରସ୍ୱତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକ ଆରମ୍ଭରେ ହିଞ୍ଜିଳିକାଟୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଶ୍ରୀ ସାଗରିକା ଷଡ଼ଙ୍ଗୀ ଉପସ୍ଥିତ ଅତିଥି ଓ ଅଧିକାରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବୈଠକରେ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ, ହିଞ୍ଜିଳିକାଟୁ ତହସିଲଦାର ତପନ କୁମାର ମହାପାତ୍ର, ବ୍ଲକ୍‌ ଉପାଧ୍ୟକ୍ଷ ସୁନୀଲ ଗନ୍ତାୟତ, ହିଞ୍ଜିଳି ବିଧାୟକଙ୍କ ପ୍ରତିନିଧି ଏ. ସୁଦର୍ଶନ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ପ୍ରଧାନ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦୀପକ କୁମାର ରଥଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଜନପ୍ରତିନିଧି ଓ ପଞ୍ଚାୟତ ସମିତି ସଦସ୍ୟମାନେ ଯୋଗ ଦେଇଥିଲେ। ବୈଠକରେ ମୁଖ୍ୟତଃ କୃଷି ଓ ଚାଷୀଙ୍କ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। କୃଷକମାନଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସରକାରୀ ଯୋଜନା ଓ ସୁବିଧା ସମ୍ପର୍କରେ ଅବଗତ କରାଯିବା ସହ ଏହାର ଲାଭ ଯେପରି ଅଧିକରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସହଜରେ ପହଞ୍ଚିପାରିବ, ସେଥିପାଇଁ ଗୁରୁତ୍ୱ ଦିଆଯାଇଥିଲା। ହିଞ୍ଜିଳିକାଟୁ ଅଞ୍ଚଳରେ ଚାଷୀଙ୍କ ସୁବିଧା ପାଇଁ କୋଲ୍ଡ ଷ୍ଟୋରେଜ୍‌ ବ୍ୟବସ୍ଥା ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା। ଚାଷୀମାନେ ନିଜ ଉତ୍ପାଦ ସଂରକ୍ଷଣ କରିବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ସେନେଇ ଆଲୋଚନା ହୋଇଥିଲା। ଏଥିସହ ବିଭିନ୍ନ ପଞ୍ଚାୟତରେ କୃଷକମାନଙ୍କ ସମସ୍ୟା ଓ କୃଷି ସମ୍ବନ୍ଧୀୟ ଯୋଜନାର କାର୍ଯ୍ୟକାରିତା ନେଇ ମଧ୍ୟ ମତାମତ ଗ୍ରହଣ କରାଯାଇଥିଲା।
ମତ୍ସ୍ୟ ଚାଷ ଯୋଜନା ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ମତ୍ସ୍ୟ ଚାଷୀଙ୍କୁ ମିଳୁଥିବା ସରକାରୀ ସୁବିଧା ଓ ଯୋଜନାଗୁଡ଼ିକ ସମ୍ପର୍କରେ ତୃଣମୂଳସ୍ତରରେ ସଚେତନତା ବୃଦ୍ଧି ସହ ଯୋଗ୍ୟ ହିତାଧିକାରୀଙ୍କୁ ଏହାର ସୁଯୋଗ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଗୋରୁ ଗୁହାଳ ଯୋଜନାକୁ ନେଇ ମଧ୍ୟ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଯୋଗ୍ୟ ହିତାଧିକାରୀଙ୍କ ଚୟନ ଓ ଯୋଜନାରେ ସାମିଲ ହିତାଧିକାରୀଙ୍କ ଯୋଗ୍ୟତା ନେଇ ତଦନ୍ତ କରିବାକୁ ଦାବି ଉଠିଥିଲା। ଅନେକ ପ୍ରକୃତ ଯୋଗ୍ୟ ହିତାଧିକାରୀ ଯୋଜନାରୁ ବାଦ ପଡ଼ିଥିବା ନେଇ ଆଲୋଚନା ହୋଇଥିବା ବେଳେ ଏହାର ଯଥାର୍ଥ ଯାଞ୍ଚ କରିବାକୁ ଦାବି କରାଯାଇଥିଲା। ସେହିପରି କାମଧେନୁ ଯୋଜନାରେ ମଧ୍ୟ ଅନେକ ଯୋଗ୍ୟ ହିତାଧିକାରୀ ବଞ୍ଚିତ ରହିଥିବା ନେଇ ସଦସ୍ୟମାନେ ପ୍ରଶ୍ନ ଉଠାଇଥିଲେ। ଦୁଇ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଆବେଦନ କରିଥିବା କେତେକ ଆବେଦନକାରୀ ଏପର୍ଯ୍ୟନ୍ତ ଯୋଜନାର ସୁବିଧା ପାଇନଥିବା ନେଇ ଆଲୋଚନା ହୋଇଥିଲା। ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ଯୋଜନାର ଲାଭ ପ୍ରଦାନ ଉପରେ ଗୁରୁତ୍ୱ ଦେବାକୁ ଦାବି ହୋଇଥିଲା।
ଏଥିସହ ହିଞ୍ଜିଳିକାଟୁ ବ୍ଲକ୍‌ ଅଧୀନ ବିଭିନ୍ନ ବିଭାଗରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ଓ ଅଧିକାରୀ ନଥିବା ନେଇ ମଧ୍ୟ ଆଲୋଚନା ହୋଇଥିଲା। କର୍ମଚାରୀ ଅଭାବ ଯୋଗୁଁ ବିଭିନ୍ନ ସରକାରୀ ସେବା ପ୍ରଦାନରେ ସମସ୍ୟା ସୃଷ୍ଟି ହେଉଥିବା ନେଇ ଅଭିଯୋଗ ଉଠିଥିଲା। ଅନ୍ୟପକ୍ଷରେ ଜଳସେଚନ ବିଭାଗର କାର୍ଯ୍ୟଧାରା ଏବଂ ବିଭିନ୍ନ ପଞ୍ଚାୟତରେ ବିଦ୍ୟୁତ୍‌ ସେବା ସମ୍ପର୍କରେ ମଧ୍ୟ ସଦସ୍ୟମାନେ ପ୍ରଶ୍ନ ଉଠାଇଥିଲେ। ଗ୍ରାମାଞ୍ଚଳରେ ନିରବଚ୍ଛିନ୍ନ ଓ ଉନ୍ନତ ବିଦ୍ୟୁତ୍‌ ସେବା ଯୋଗାଇବା ସହ ଲୋକଙ୍କ ସମସ୍ୟାର ଶୀଘ୍ର ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମତ ପ୍ରକାଶ ପାଇଥିଲା। ବୈଠକରେ ବିଭିନ୍ନ ବିଭାଗର ଯୋଜନା ଓ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ କିପରି ଅଧିକ ସ୍ୱଚ୍ଛ ଓ ପ୍ରଭାବଶାଳୀ ଭାବେ ତୃଣମୂଳସ୍ତରରେ କାର୍ଯ୍ୟକାରୀ ହୋଇପାରିବ ଏବଂ ଯୋଗ୍ୟ ଲୋକଙ୍କ ନିକଟରେ ସରକାରୀ ସୁବିଧା ପହଞ୍ଚିପାରିବ, ସେନେଇ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ମତବିନିମୟ ହୋଇଥିଲା। ବୈଠକ ଶେଷରେ ଅଞ୍ଚଳର ବିକାଶ ସହ ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ସମସ୍ତ ବିଭାଗ ଓ ଜନପ୍ରତିନିଧିଙ୍କ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
 
News Comment

You Might Also Like

BACK TO TOP