Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|

05-Oct-2026

କଲଭର୍ଟ ରାସ୍ତାରେ ବୃହତ୍‌ ଗର୍ତ୍ତ : ବିପଦରେ ଶହ ଶହ ଛାତ୍ରଛାତ୍ରୀ : ୫ ଲକ୍ଷ ଟଙ୍କାର ଉନ୍ନତିକରଣ ପରେ ଅଳ୍ପଦିନରେ ବେହାଲ; ନିର୍ମାଣ ମାନକୁ ନେଇ ପ୍ରଶ୍ନ

ଓଡିଶା ଜନମତ,ବାଲିଗୁଡ଼ା, ତା, ୦୫/୧୦: (ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ଯୋଜନାରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ହେଉଛି, ହେଲେ ନିର୍ମାଣର ସ୍ଥାୟୀତ୍ୱ ନେଇ ପୁଣି ଉଠିଛି ପ୍ରଶ୍ନ। ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାରେ ପ୍ରାୟ ୫ ଲକ୍ଷ ଟଙ୍କା ବ୍ୟୟରେ ଉନ୍ନତିକରଣ ହୋଇଥିବା କଲଭର୍ଟ ରାସ୍ତାରେ ଅଳ୍ପଦିନ ମଧ୍ୟରେ ବୃହତ୍‌ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଯାତାୟାତ ବିପଦସଙ୍କୁଳ ହୋଇପଡ଼ିଥିବା ବେଳେ ଯେକୌଣସି ସମୟରେ ଅଘଟଣ ଘଟିବାର ଆଶଙ୍କା ଦେଖାଦେଇଛି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ସଲାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଜାର୍ଗୀଭଟା-ପାଜିକୁଟୀ ରାସ୍ତାରେ ଥିବା କଲଭର୍ଟରେ ଏଭଳି ଦୁରବସ୍ଥା ଦେଖିବାକୁ ମିଳିଛି। କିଛି ମାସ ପୂର୍ବରୁ ଏହି କଲଭର୍ଟର ଉନ୍ନତିକରଣ କରାଯାଇଥିଲା। ମାତ୍ର ନିର୍ମାଣ ପରେ ଅଳ୍ପ ସମୟ ମଧ୍ୟରେ ରାସ୍ତା ମଝିରେ ବଡ଼ ଗର୍ତ୍ତ ସୃଷ୍ଟି ହେବା ଯୋଗୁଁ କାମର ମାନ ଓ ତଦାରଖ ବ୍ୟବସ୍ଥା ନେଇ ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ଏହି ରାସ୍ତା ଦେଇ ପ୍ରତିଦିନ ଶହ ଶହ ଛାତ୍ରଛାତ୍ରୀଙ୍କ ସମେତ ଅଞ୍ଚଳ ବାସୀ ଯାତାୟାତ କରୁଛନ୍ତି। ରାସ୍ତା ମଝିରେ ଗର୍ତ୍ତ ଥିବାରୁ ବିଶେଷକରି ଦୁଇଚକିଆ ଯାନ ଚାଳକମାନେ ଅଧିକ ସମସ୍ୟାରେ ପଡ଼ୁଛନ୍ତି। ଗର୍ତ୍ତଟି ଦିନକୁ ଦିନ ବଡ଼ ହେଉଥିବାରୁ ଯାନବାହନ ଚଳାଚଳ ସମୟରେ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି। ରାତି ସମୟରେ ଆଲୋକ ଅଭାବରୁ ଗର୍ତ୍ତଟି ସହଜରେ ଦୃଷ୍ଟିଗୋଚର ହେଉନଥିବାରୁ ବିପଦ ଆହୁରି ଗୁରୁତର ହୋଇପଡ଼ିଛି। ଅଞ୍ଚଳବାସୀଙ୍କ କହିବା ନୁଯାୟୀ, ନିର୍ମାଣ ସମୟରୁ ହିଁ କାମର ମାନକୁ ନେଇ ସନ୍ଦେହ ପ୍ରକାଶ ପାଇଥିଲା। ଏନେଇ ସମ୍ପୃକ୍ତ ସ୍ଥାନୀୟ ଯନ୍ତ୍ରୀଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ କାମ ଠିକ୍‌ ଭାବେ ହୋଇଥିବା କହି ଅଭିଯୋଗକୁ ଏଡ଼ାଇ ଦିଆଯାଇଥିଲା ବୋଲି ସେମାନେ କହିଛନ୍ତି। ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ପରେ ଯଦି କିଛି ମାସ ମଧ୍ୟରେ ରାସ୍ତାର ଏଭଳି ଅବସ୍ଥା ହୁଏ, ତେବେ ନିର୍ମାଣର ମାନ ଓ ତଦାରଖକୁ ନେଇ ସ୍ୱାଭାବିକ ଭାବେ ପ୍ରଶ୍ନ ଉଠିବା ସ୍ୱାଭାବିକ। ତେଣୁ ତୁରନ୍ତ ଗର୍ତ୍ତଟିର ମରାମତି କରିବା ସହ ଉକ୍ତ କାର୍ଯ୍ୟର ମାନ ଯାଞ୍ଚ କରି ଦାୟୀଙ୍କ ବିରୋଧରେ ଆବଶ୍ୟକ ପଦକ୍ଷେପ ନେବାକୁ ସଲାଗୁଡ଼ା ପଞ୍ଚାୟତବାସୀ ଦାବି କରିଛନ୍ତି।

News Comment

You Might Also Like

BACK TO TOP