Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |

11-Oct-2026

ଭୈରବ ବାଲିଯାତ୍ରାରେ ଛୁରାମାଡ଼ ଘଟଣା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

ଝିଅ ସହ ସେଲ୍ଫି ଉଠାଇବାକୁ କେନ୍ଦ୍ର କରି ବଚସାରୁ ହତ୍ୟାକାଣ୍ଡ

ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ଓଡିଶା ଜନମତ ରାୟଗଡ଼ା, ୧୧/୧୦( କାମେଶ୍ୱର କରକରିଆ):- ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ଗ୍ରାମରେ ଆୟୋଜିତ ଭୈରବ ବାଲିଯାତ୍ରାରେ ଝିଅ ସହ ସେଲ୍ଫି ଫଟୋ ଉଠାଇବାକୁ କେନ୍ଦ୍ର କରି ଘଟିଥିବା ଛୁରାମାଡ଼ ଘଟଣାରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ମହେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ରୋହନ ନାମକ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି।  ପୁଲିସ ସୂଚନା ଅନୁଯାୟୀ, ଗିରଫ ଦୁଇ ଅଭିଯୁକ୍ତ ହେଲେ କୋଲନରା ବ୍ଲକ ଗାଡ଼ିଶେଷଖାଲ ପଞ୍ଚାୟତ ରାଣ୍ଡିକଣା ଗ୍ରାମର କୃଷ୍ଣ ମିଣିଆକା ଏବଂ କଲ୍ୟାଣସିଂହପୁର ବ୍ଲକ ସିକରପାଇ ପଞ୍ଚାୟତ ଧାମାଳିମା ଗ୍ରାମର ବାବିରାଓ ମିଣିଆକା। କଲ୍ୟାଣସିଂହପୁର ଥାନାଧିକାରୀ ଅଜିତ ପରିଡ଼ା ଏନେଇ ସୂଚନା ଦେଇଛନ୍ତି। ବାଲିଯାତ୍ରା ଚାଲିଥିବା ସମୟରେ ଝିଅ ସହ ସେଲ୍ଫି ଉଠାଇବାକୁ କେନ୍ଦ୍ର କରି ପ୍ରଥମେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେବାରୁ ମହେଶ ଓ ରୋହନଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା। ଆକ୍ରମଣରେ ଆହତ ଉଭୟଙ୍କୁ ପ୍ରଥମେ ସିକରପାଇ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ କଲ୍ୟାଣସିଂହପୁର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମହେଶଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଗୁରୁତର ରୋହନଙ୍କୁ ପ୍ରଥମେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ମହେଶଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ପରିବାରବର୍ଗ ଓ ସମ୍ପର୍କୀୟମାନେ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ଅଭିଯୁକ୍ତଙ୍କ ଗିରଫ ଏବଂ ନ୍ୟାୟ ପ୍ରଦାନ ଦାବିରେ ସେମାନେ ରାୟଗଡ଼ା କଲ୍ୟାଣସିଂହପୁର ୪୫ ନମ୍ବର ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଶୁକ୍ରବାର ରାତି ପ୍ରାୟ ୯ଟାରୁ ଶନିବାର ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଦୀର୍ଘ ୧୨ ଘଣ୍ଟା ଧରି ରାସ୍ତାରୋକ ଚାଲିଥିଲା। ଫଳରେ ଏହି ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପୁଲିସ ଅଭିଯୁକ୍ତଙ୍କୁ ଧରିଥିବା ସୂଚନା ଦେବା ପରେ ଆନ୍ଦୋଳନକାରୀମାନେ ରାସ୍ତାରୋକରୁ ଓହରିଥିଲେ ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ପୁଲିସ ତଦନ୍ତକୁ ଜୋରଦାର କରିଥିଲା। ଘଟଣାସ୍ଥଳରେ ପୁଲିସର ବୈଜ୍ଞାନିକ ଦଳ ପହଞ୍ଚି ବିଭିନ୍ନ ଦିଗରୁ ତଦନ୍ତ କରିଥିଲା। ଏସ୍‌ଡିପିଓ ଗୌରହରି ସାହୁ, ଚାନ୍ଦିଲି ଥାନାଧିକାରୀ ଉତ୍ତମ କୁମାର ସାହୁ ଏବଂ କଲ୍ୟାଣସିଂହପୁର ଥାନାଧିକାରୀ ଅଜିତ ପରିଡ଼ାଙ୍କ ସମେତ ଅନ୍ୟ ପୁଲିସ ଅଧିକାରୀମାନେ ଘଟଣାର ତଦନ୍ତ କରିଥିଲେ। ଏନେଇ ମାମଲା ରୁଜୁ ହେବା ପରେ ମହେଶଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା। ଦୁଇ ଅଭିଯୁକ୍ତଙ୍କ ଗିରଫ ଓ କୋର୍ଟ ଚାଲାଣ ପରେ ଘଟଣାକୁ ନେଇ ଚାଲିଥିବା ଉତ୍ତେଜନା ମଧ୍ୟରେ ଆଇନ ଅନୁଯାୟୀ ଆଗକୁ କି ପଦକ୍ଷେପ ନିଆଯାଉଛି ତାହା ଉପରେ ଅଞ୍ଚଳବାସୀଙ୍କ ନଜର ରହିଛି।

News Comment

You Might Also Like

BACK TO TOP