Breaking News

ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||     

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |

15-Oct-2026

ଅବଦୁଲ କଲାମ ଟ୍ରଷ୍ଟ ଓ ସତ୍ଯସାଇ ଟିଉଟୋରିଆଲ ପକ୍ଷରୁ ଡକ୍ଟର କଲାମଙ୍କ ୯୫ ତମ ଜୟନ୍ତୀ ପାଳିତ|

 ଜନ ମତ ଓଡିଶା ଖଲ୍ଲିକୋଟ 15/10, ମାଧବ ବେହେରା :---

ଖଲ୍ଲିକୋଟ ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ଡକ୍ଟର ଏ ପି ଜେ ଅବଦୁଲ ଜନକଲ୍ୟାଣ ଚାରିଟେବୁଲ ଟ୍ରଷ୍ଟ ତଥା ସତ୍ଯସାଇ ଟିଉଟୋରିଆଲ ସମ୍ମିଳିତ ଉଦ୍ଯମରେ ଭାରତ ରତ୍ନ, ଭାରତର ପ୍ରାକ୍ତନ ରାଷ୍ଟ୍ରପତି ଡକ୍ଟର ଏ ପି ଜେ ଅବଦୁଲ କଲାମଙ୍କ ୯୫ ତମ ଜୟନ୍ତୀ ଉତ୍ସବ ଉତ୍ସାହ ସହକାରେ ପାଳନ କରାଯାଇଛି । ସର୍ବ ପ୍ରଥମେ ଡକ୍ଟର କଲାମଙ୍କ ଫୋଟ ଚିତ୍ରରେ ମାଲ୍ଯାର୍ପଣ ପରେ ପ୍ରଦୀପ ପ୍ରଜ୍ବଳନ କାର୍ଯକ୍ରମ ସମ୍ପନ୍ନ ହୋଇଥିଲା । ଏହି ଅବସରରେ ଅନୁଷ୍ଠିତ ଉତ୍ସବରେ ଟିଉଟୋରିଆଲର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ । ଆୟୋଜିତ ଉତ୍ସବରେ ଡାକ୍ତର ହରପ୍ରସାଦ ମହାପାତ୍ର ସଭାପତି, ଅତିରିକ୍ତ ତହସିଲଦାର ମାନସ ବେହେରା ମୁଖ୍ୟ ଅତିଥି, ଶିକ୍ଷାବିତ୍ ପୂର୍ଣ୍ଣଚନ୍ଦ୍ର ରଥ ମୁଖ୍ୟ ବକ୍ତା, ଅବଦୁଲ କଲାମ ଟ୍ରଷ୍ଟର ସଭାପତି ତଥା ପ୍ରାକ୍ତନ ପ୍ରଧାନ ଶିକ୍ଷକ ପୂର୍ଣଚନ୍ଦ୍ର ବେହେରା, ଟିଉଟୋରିଆଲର ପ୍ରତିଷ୍ଠାତା ପ୍ରଶାନ୍ତ କୁମାର ବେହେରା, ପ୍ରାକ୍ତନ ଚିତ୍ରକଳା ଅଧ୍ଯାପକ ତଥା ଟ୍ରଷ୍ଟର ସମ୍ପାଦକ ପଞ୍ଚାନନ ସୁର, କବି ପ୍ରହଲ୍ଲାଦ ବେହେରା, ପ୍ରାକ୍ତନ ଚିତ୍ରକଳା ପ୍ରଶିକ୍ଷକ ବିପିନ ଚନ୍ଦ୍ର ସେଠୀ, ସ୍ଵାସ୍ଥ୍ଯକର୍ମୀ ଲକ୍ଷ୍ମୀ ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଡକ୍ଟର କଲାମଙ୍କ ଆତ୍ମ ଜୀବନୀ, ମହାକାଶ ବିଜ୍ଞାନ ଉପରେ ଅବଦାନ , ବୈଜ୍ଞାନିକ ଭାବେ ଦେଶ ପ୍ରତି ତାହାଙ୍କ ଉତ୍ସର୍ଗୀକୃତ ସେବା, ନୀତି ଉକ୍ତି, ଅସାଧାରଣ ପ୍ରତିଭା ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ ।  
ଅନୁଷ୍ଠାନ ତରଫରୁ ସମସ୍ତ ଅତିଥିଙ୍କୁ ଉତ୍ତରୀୟ ସହିତ ସମ୍ବର୍ଦ୍ଧିତ କରାଯାଇଥିଲା। 
ଅନୁଷ୍ଠାନ ପକ୍ଷରୁ ହୋଇଥିବା ବକ୍ତୃତା ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା କୃତି ଛାତ୍ରୀଙ୍କୁ ମାନପତ୍ର ସହିତ ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଷ୍ଠାନର ଛାତ୍ରୀମାନେ କଲାମଙ୍କ ସମ୍ପର୍କରେ ସୁନ୍ଦର ବକ୍ତବ୍ୟ ପ୍ରଦାନ କରିଥିଲେ । ଅନୁଷ୍ଠାନର ଏପରି ସାଧୁ ଉଦ୍ୟମକୁ ଅତିଥିମାନେ ଉଚ୍ଚ ପ୍ରଶଂସା କରିଥିଲେ । ଯୁବ ସାହିତ୍ୟିକ ଡକ୍ଟର ଦ୍ବାରିକାନାଥ ମହାରଣା କାର୍ଯକ୍ରମର ସଂଯୋଜନା କରିଥିଲା ବେଳେ ଛାତ୍ରୀ ସୋନାଲି ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।( ଫୋଟୋ )

News Comment

You Might Also Like

BACK TO TOP