Breaking News

ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||      ଡ଼ାଇକି ଛକ ନିକଟରେ ଅଟୋ ବାଇକ ଧକ୍କା ||   (25-Oct-2026)       ||      ବର୍ଷା ଯୋଗୁଁ ସୋମବାରେ ଖୋଲିବାକୁ ଥିବା କଳିଙ୍ଗ ଘାଟି ରାସ୍ତା କିଛିଦିନ ପରେ ଖୋଲିବ    (25-Oct-2026)       ||      ନିଜ ପିଲାଙ୍କ ବିଷୟ ରେ ଏକ ଅଲଗା କଥା କହିଲେ ତୁକାରାମ ମୁଣ୍ଡେ |    (25-Oct-2026)       ||      ଆର ଏଣ୍ଡ ବି ର ନିର୍ବାହୀ ଯନ୍ତ୍ରୀ ତପନ ସେଠୀ ଭିଜିଲାନ୍ସ ରେ ଧରା ପଡିଲେ ||   (25-Oct-2026)       ||      "ସାବୁତ ନିଯୋଗ ଇଷ୍ଟେଟ ଚେସ ବ୍ୟାଟଲ ସିଜନ -1ରେ ପୁରୀରେ ଶୁଭମ ରଥ ଚାମ୍ପିୟାନ |   (25-Oct-2026)       ||      ମହିଳା ସ୍ୱୟଂ ସହାୟିକା ଗୋଷ୍ଟି ର ନୂତନ ଷ୍ଟେସେନେରୀ ଦୋକାନ କୁ ଉଦଘାଟନ କଲେ ବ୍ରହ୍ମପୁର ମେୟର |   (25-Oct-2026)       ||      ବାୟୁସେନା କର୍ମଚାରୀ ଙ୍କ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ |    (25-Oct-2026)       ||      "ୱାନ ଷ୍ଟେସନ ୱାନ ପ୍ରଡକ୍ଟ ` ଷ୍ଟଲ କୁ ରାୟଗଡା ରେଳ ଷ୍ଟେସନ ରେ ଉଦଘାଟିତ |   (25-Oct-2026)       ||      କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||     

ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |

26-Oct-2026

ବରଗଡ଼ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ

ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ନେତୃତ୍ୱ ରେ ଶପଥ ଗ୍ରହଣ

ଦୁର୍ନୀତିମୁକ୍ତ ପ୍ରଶାସନ ଓ ସ୍ୱଚ୍ଛ ସେବା ପ୍ରଦାନ ଉପରେ ଜିଲ୍ଲା ପ୍ରଶାସନର ପ୍ରାଥମିକତା

ଓଡିଶା ଜନମତ ବରଗଡ଼ - ମନୋହର ଦାଶ
ବରଗଡ଼ ଜିଲ୍ଲାରେ ପ୍ରଶାସନିକ ସ୍ୱଚ୍ଛତା ଏବଂ ଦୁର୍ନୀତି ନିବାରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆଜି ଦୁର୍ନୀତି ନିବାରଣ ସପ୍ତାହର ପ୍ରଥମ ଦିନରେ ଜନଶୁଣାଣି ଅଭିଯୋଗ ଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ବିରୋଧରେ ସାଧୁତାର ଶପଥ ଗ୍ରହଣ କରିଛନ୍ତି। ରାଜବୋଡ଼ାସମ୍ବର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଦେଶର ପ୍ରଗତି ପାଇଁ ଦୁର୍ନୀତି ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଇଥିଲେ।

ଆଜିଠାରୁ `ଦୁର୍ନୀତି ନିବାରଣ ସପ୍ତାହ`ର ଶୁଭାରମ୍ଭ ହୋଇଥିବା ବେଳେ ଆଗାମୀ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ବିଭାଗ ତରଫରୁ ବିଭିନ୍ନ ସଚେତନତା ଓ ଦୁର୍ନୀତି ବିରୋଧୀ କାର୍ଯ୍ୟକ୍ରମମାନ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସହିତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ସରୋଜିନୀ ପ୍ରସନ୍ କୁଲୁ ଏବଂ ଉପ-ଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ ପ୍ରମୁଖ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସାଙ୍ଗକୁ ସେମାନଙ୍କୁ ସ୍ୱଚ୍ଛ ଏବଂ ଦୁର୍ନୀତିମୁକ୍ତ ପ୍ରଶାସନିକ ସେବା ଯୋଗାଇଦେବା ଦିଗରେ ଏହା ଏକ ବଡ଼ ପଦକ୍ଷେପ ବୋଲି ବିବେଚନା କରାଯାଉଛି।

ଅନ୍ୟପକ୍ଷରେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ଏକ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୧ ଘଟିକା ସମୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତି ମଧୁଛନ୍ଦା ସାହୁ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ସନତ ପାଢ଼ୀଙ୍କ ଉପସ୍ଥିତିରେ ଅଧିକାରୀ ତଥା କର୍ମଚାରୀମାନେ ଶପଥ ପାଠ କରିଥିଲେ।
ଶପଥ ଗ୍ରହଣ କାଳରେ ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ରକ୍ଷା କରିବା, ଲାଞ୍ଚ ନ ନେବା ଓ ନ ଦେବା, ସ୍ୱଚ୍ଛତାର ସହ ଦାୟିତ୍ୱ ନିର୍ବାହ କରିବା ଏବଂ ଜନସାଧାରଣଙ୍କ ହିତ ସାଧନ ଲାଗି ସର୍ବଦା ସମର୍ପିତ ରହିବାକୁ ପ୍ରତିଜ୍ଞା କରାଯାଇଥିଲା।

ଏହି କ୍ରମରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ମଧ୍ୟ ସାଧୁତାର ଶପଥ ପାଠ କରାଯାଇ ଦୁର୍ନୀତିକୁ ବିରୋଧ କରିବା ପାଇଁ ଦୃଢ଼ ପ୍ରଣ ନିଆଯାଇଛି।

News Comment

You Might Also Like

BACK TO TOP